ଜାନୁଆରୀ ୮ରୁ ଖୋଲିବ ସ୍କୁଲ, ୧୦୦ ଦିନ ପାଇଁ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠପଢ଼ା - Chiplima Tv

Breaking

Chiplima Tv

THIS BLOG IS A NEWS BLOG ANYONE WHO INTEREST IN CHIPLIMA TV CAN BE A MEMBER OF THIS BLOG FOLLOW US

AUTHOR

Post Top Ad

Responsive Ads Here

Post Top Ad

Responsive Ads Here

Saturday, January 2, 2021

ଜାନୁଆରୀ ୮ରୁ ଖୋଲିବ ସ୍କୁଲ, ୧୦୦ ଦିନ ପାଇଁ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠପଢ଼ା

 ମେ’ ୩ରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା, ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୧୫ରୁ

  

ଭୁବନେଶ୍ୱର: କୋଭିଡ୍‌ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି। ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା

ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ। ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି।

ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କର ପାଠପଢ଼ା ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ। ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକଫିକାଲ୍‌ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବ। ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ଉପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ।  ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ।

ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ।

 

No comments:

Post a Comment

Featured post

ଡାକ୍ତର ହେବତ ଏମିତି, ମାତ୍ର ୧ ଟଙ୍କାରେ କରୁଛନ୍ତି ରୋଗୀସେବା

  ଚିପିଲିମା:  ଆପଣ ମାନେ ଟଙ୍କିକିଆ ଚାଉଳ କଥା ନିଶ୍ଚିତ ଭାବେ ଜାଣିଥିବେ। ହେଲେ କେବେ ୧ ଟଙ୍କାରେ ରୋଗୀ ସେବ କଥା ଶୁଣିଛନ୍ତି କି? ଏକ‌ଥା ଅବିଶ୍ବାସ ଲାଗିଲେ ବି ସତ। ର...

Post Top Ad

Responsive Ads Here